୧୪ ଅଗଷ୍ଟ ୨୦୧୯ ବୁଧବାର ରାଶିଫଳ, ଜାଣନ୍ତୁ କେମିତି କଟିବ ଆପଣଙ୍କର ଦିନ

ମେଷ: କର୍ମକ୍ଷେତ୍ରରେ ପଦସ୍ଥ ବ୍ୟକ୍ତିଙ୍କ ସାନ୍ନିଧ୍ୟରୁ ଉପକୃତ ହେବେ। ଯାତ୍ରା କିମ୍ବା କଠୋର ପରିଶ୍ରମଜନିତ ଶାରୀରିକ କ୍ଳାନ୍ତି ଅନୁଭବ କରିପାରନ୍ତି। ବନ୍ଧୁମାନଙ୍କ ସମାଲୋଚନାର ଜବାବ ଦେବାକୁ ଯାଇ ସାମାଜିକ ସ୍ତରରେ ପ୍ରତିଯୋଗିତା ମନୋଭାବାପନ୍ନ ହେବେ। ଅତି ନିକଟରେ ରହୁଥିବା ବନ୍ଧୁଟି ଦ୍ୱାରା ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ ସମ୍ପନ୍ନ କରାଇପାରନ୍ତି। ବୃଷ: ସ୍ବାସ୍ଥ୍ୟ ବିଶେଷ କିଛି ଖରାପ ନ ଥିଲେ ମଧ୍ୟ ବିଭିନ୍ନ ପ୍ରକାର ଘରୋଇ ଝମେଲା କାରଣରୁ ମନ ଭଲ ରହି ନ ପାରେ। ଶିଳ୍ପ, ବାଣିଜ୍ୟ ଓ
 
୧୪ ଅଗଷ୍ଟ ୨୦୧୯ ବୁଧବାର ରାଶିଫଳ, ଜାଣନ୍ତୁ କେମିତି କଟିବ ଆପଣଙ୍କର ଦିନ

ମେଷ: କର୍ମକ୍ଷେତ୍ରରେ ପଦସ୍ଥ ବ୍ୟକ୍ତିଙ୍କ ସାନ୍ନିଧ୍ୟରୁ ଉପକୃତ ହେବେ। ଯାତ୍ରା କିମ୍ବା କଠୋର ପରିଶ୍ରମଜନିତ ଶାରୀରିକ କ୍ଳାନ୍ତି ଅନୁଭବ କରିପାରନ୍ତି। ବନ୍ଧୁମାନଙ୍କ ସମାଲୋଚନାର ଜବାବ ଦେବାକୁ ଯାଇ ସାମାଜିକ ସ୍ତରରେ ପ୍ରତିଯୋଗିତା ମନୋଭାବାପନ୍ନ ହେବେ। ଅତି ନିକଟରେ ରହୁଥିବା ବନ୍ଧୁଟି ଦ୍ୱାରା ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ ସମ୍ପନ୍ନ କରାଇପାରନ୍ତି।

ବୃଷ: ସ୍ବାସ୍ଥ୍ୟ ବିଶେଷ କିଛି ଖରାପ ନ ଥିଲେ ମଧ୍ୟ ବିଭିନ୍ନ ପ୍ରକାର ଘରୋଇ ଝମେଲା କାରଣରୁ ମନ ଭଲ ରହି ନ ପାରେ। ଶିଳ୍ପ, ବାଣିଜ୍ୟ ଓ ବ୍ୟବସାୟ ତଥା ଲେଖାପଢ଼ା ଏବଂ ପ୍ରଶାସନ ତଥା ପ୍ରକାଶନ କ୍ଷେତ୍ରରେ ଶୁଭଫଳ ପାଇବେ। ଆଜିର ପ୍ରତ୍ୟୁଷ ଯାତ୍ରାରେ ଜିନିଷପତ୍ର ପ୍ରତି ସତର୍କ ରୁହନ୍ତୁ, ନତୁବା ହଜିଯିବାର ଆଶଙ୍କା ରହିଛି।

ମିଥୁନ: ବହୁତ ଦିନରୁ ଅଟକି ରହିଥିବା କାମଗୁଡିକ ସୁବିଧାରେ ହୋଇଯିବ। ଦୈହିକ ଦୁର୍ବଳତା କର୍ମକ୍ଷେତ୍ରକୁ ମନ୍ଥର କରିପାରେ। ଆର୍ଥତ୍କ ପରିସ୍ଥିତି ବଦଳାଇବା କିମ୍ବା କିଛି କରିବା ସକାଶେ ମନ ବଳାଇ କର୍ମମୁଖର ହେବେ। ସହକର୍ମୀଙ୍କ ସହଯୋଗ ପାଇ ଅସମ୍ପୂର୍ଣ୍ଣ କାର୍ଯ୍ୟ କିଛି ଅଂଶରେ ବଢ଼ିଚାଲିବ। ଶିଳ୍ପ, ବ୍ୟବସାୟ ଓ ପରିବହନରେ ଉନ୍ନତି କରିବେ।

୧୪ ଅଗଷ୍ଟ ୨୦୧୯ ବୁଧବାର ରାଶିଫଳ, ଜାଣନ୍ତୁ କେମିତି କଟିବ ଆପଣଙ୍କର ଦିନ

କର୍କଟ: ଅତୀତ କଥାକୁ ଚିନ୍ତାକରି ଆପଣ ଯେତେଟା ପରିସ୍ଥିତିକୁ ଜଟିଳ ମନେକରୁଛନ୍ତି ବାସ୍ତବରେ ସେମିତି କିଛି ହେବନି। ନୂତନ କର୍ମାରମ୍ଭ, ଶିଳ୍ପ, ବ୍ୟବସାୟ ଓ ପରିବହନ ତଥା ନିର୍ମାଣରେ ପ୍ରତିବନ୍ଧକ ସୃଷ୍ଟି ହୋଇପାରେ। ପାରିବାରିକ ଜୀବନରେ ବୁଝାମଣା ନେଇ ତିକ୍ତତା ଦେଖାଦେଇପାରେ। ଅର୍ଥହାନି ଓ ଅଭାବ ଅସୁବିଧା ଯୋଗୁ ସାମୟିକ ଚିନ୍ତିତ ରହିବେ।

ସି˚ହ: ଅତି ଭଲ ସମ୍ପର୍କ ରହିଥିବା ବନ୍ଧୁଙ୍କ ନିମନ୍ତ୍ରଣ ପାଇ ଦୂରଯାତ୍ରା କରିବାକୁ ପଡ଼ିପାରେ। ଦେହ ଭଲ ରହିବ ମାତ୍ର କଠିନ ପରିଶ୍ରମଜନିତ କ୍ଳାନ୍ତିବୋଧ କରିପାରନ୍ତି। ଆଇନ, ଅଦାଲତ ଓ ପ୍ରତିଦ୍ୱନ୍ଦ୍ୱିତା, ପ୍ରତିଯୋଗିତାରେ ସଫଳତା ଯୋଗୁ ମନ ଖୁସି ରହିବ। ବନ୍ଧୁ ଗହଣରେ ଅପ୍ରିୟ ସତ୍ୟ କହି ସହକର୍ମୀଙ୍କ ଚକ୍ଷୁଶୂଳ ହୋଇପାରନ୍ତି।

କନ୍ୟା: ପୂର୍ବ ପ୍ରସ୍ତୁତି ନ ଥାଇ ମଧ୍ୟ ବନ୍ଧୁଙ୍କ ଅନୁରୋଧରେ କୌଣସି କାମ କରିବା ସକାଶେ ବାଧ୍ୟ ହୋଇପାରନ୍ତି। କୌଣସି ଖଳ ଲୋକଙ୍କ କଥାରେ ପଡି ଭୁଲ୍‌ ମାର୍ଗର ଅନୁସରଣ କରି ପାରନ୍ତି। ହଠାତ୍‌ ଜଣେ ସହକର୍ମୀଙ୍କଠାରୁ ଆଶାନୁଯାୟୀ ଅର୍ଥ ସାହାଯ୍ୟ ପାଇବେ। ମାଲି ମକଦ୍ଦମା, ସଭାସମିତି, ସଙ୍ଗଠନ, ନିର୍ମାଣ ଓ ପରିବହନ କ୍ଷେତ୍ରରୁ ଶୁଭଫଳ ପାଇବେ।

୧୪ ଅଗଷ୍ଟ ୨୦୧୯ ବୁଧବାର ରାଶିଫଳ, ଜାଣନ୍ତୁ କେମିତି କଟିବ ଆପଣଙ୍କର ଦିନ

ତୁଳା: ଆଜିର ପ୍ରତ୍ୟୁଷ ଯାତ୍ରାରେ ଅଭିଳଷିତ ଜିନିଷ ପାଇ ମନ ଖୁସୀ ହୋଇଯିବ। ପୂର୍ବ ଶତ୍ରୁତାକୁ ନେଇ କର୍ମକ୍ଷେତ୍ରରେ ସହକର୍ମୀଙ୍କ ସହଯୋଗ ପାଇବେ ନାହିଁ। ଶିଳ୍ପ, ବାଣିଜ୍ୟ, ରାଜନୀତି, କଳା, କ୍ରୀଡ଼ା, ଚଳଚ୍ଚିତ୍ର, ସାହିତ୍ୟ, ସାମ୍ବାଦିକତା ସ୍ତରରେ ସୁପ୍ରତିଷ୍ଠିତ ହୋଇପାରନ୍ତି। ବନ୍ଧୁଙ୍କ ସାହାଯ୍ୟରୁ ଅର୍ଥଲାଭ ଓ ବନ୍ଧୁମିଳନ ଅବଶ୍ୟ ଘଟିବ।

ବିଛା: ଦୀର୍ଘଦିନର ଅଭିଳାଷ ପୂରଣ ହେବା କାରଣରୁ ମନ ପ୍ରଫୁଲ୍ଲ ରହିବ। ଆଲୋଚନା ପରିସରରେ ଟିକିଏ ଟିକିଏ କଥାରେ ଜ୍ୟେଷ୍ଠା ନକ୍ଷତ୍ରର ବନ୍ଧୁଙ୍କ ସହ ମନୋମାଳିନ୍ୟ ଘଟିବାର ସୂଚନା ରହିଛି। ଅପରାହ୍ନେ ଅର୍ଥ ଓ ସମ୍ମାନ ପାଇ ମନ ଖୁସୀ ହୋଇଯିବ। କଳା, ରାଜନୀତି, ସଙ୍ଗଠନ ଓ କ୍ରୀଡ଼ା, ଚଳଚ୍ଚିତ୍ରରେ ସମସ୍ୟା ଆପଣାଛାଏଁ ସମାଧାନ ହୋଇଯିବ।

ଧନୁ: କର୍ମକ୍ଷେତ୍ରରେ ସହକର୍ମୀଙ୍କଠାରୁ ଭୁଲ୍‌ ଖବର ପାଇ ସାମୟିକ ଭାବେ ବିବ୍ରତ ହୋଇପାରନ୍ତି। ଭାଇବନ୍ଧୁଙ୍କ ସହାୟତାରେ ଅର୍ଥ ଓ ସମ୍ମାନ ପାଇବାର ସୁଯୋଗ ଜୁଟିବ। ଅନ୍ୟମନସ୍କତା ପରିହାର କରି ଯାତ୍ରାକାଳରେ ଯାନବାହନରେ ସତର୍କତା ରକ୍ଷା କରନ୍ତୁ। କୌଣସି ବ୍ୟକ୍ତି ନିକଟରେ ବାକି ରହିଥିବା ଟଙ୍କା ପାଇବାରେ ଅସୁବିଧା ହେବନାହିଁ।

୧୪ ଅଗଷ୍ଟ ୨୦୧୯ ବୁଧବାର ରାଶିଫଳ, ଜାଣନ୍ତୁ କେମିତି କଟିବ ଆପଣଙ୍କର ଦିନ

ମକର: ପାରିବାରିକ କ୍ଷେତ୍ରରେ ମାନସିକ ଅଶାନ୍ତି କ୍ରମଶଃ ବୃଦ୍ଧି ପାଇବା କାରଣରୁ ମନରେ ସରସତା ରହିବ ନାହିଁ। ବନ୍ଧୁ ମାନଙ୍କ ସହ ଆଜିର ପ୍ରତ୍ୟୁଷ ଯାତ୍ରାରେ ସଫଳତା ମିଳିବ। ଆଇନ ଅଦାଲତ, ଜମିଜମା, ରପ୍ତାନି କାରବାରରେ ପ୍ରଶଂସିତ ହେବେ। ଈର୍ଷାପରାୟଣବଶତଃ କିମ୍ବା ଗର୍ବ ଅହଂକାର ଲାଗି ନିକଟ ସମ୍ପର୍କୀୟମାନେ ହତାଦର କରିପାରନ୍ତି।

କୁମ୍ଭ: ବହୁ ଦିନ ହେଲା ଯେଉଁ ଜିନିଷଟି ନ ପାଇ ବ୍ୟସ୍ତ ହେଉଥିଲେ ଆଜି ତାହା ଅତି ସୁବିଧାରେ ପାଇପାରିବେ। ବିବାଦୀୟ ଘଟଣା କିମ୍ବା କଚେରି ମାମଲା କ୍ଷେତ୍ରରେ ଆଶାଜନକ ଫଳପ୍ରାପ୍ତିର ସମ୍ଭାବନା ରହିଛି। ନୂତନ ଶିଳ୍ପ, ବ୍ୟବସାୟ ଓ ପରିବହନ କ୍ଷେତ୍ରରୁ ପ୍ରତିବନ୍ଧକ ଦୂରେଇଯିବ। ଆଲୋଚନା କାଳରେ ନୂତନ ଚୁକ୍ତିପତ୍ର ସ୍ବାକ୍ଷରିତ ହୋଇପାରେ।

ମୀନ: ବହୁତ ଦିନରୁ ଅଟକି ରହିଥିବା କାମଗୁଡ଼ିକ ସୁବିଧାରେ ସମ୍ପନ୍ନ ହେବାରୁ ଆନନ୍ଦ ଅନୁଭବ କରିବେ। ସାମାଜିକ କ୍ଷେତ୍ରରେ ଅର୍ଥ ଓ ସମ୍ମାନ ପାଇବାରେ ବିଶିଷ୍ଟବ୍ୟକ୍ତିମାନେ ସହାୟତା କରିପାରନ୍ତି। କଳା, ସାହିତ୍ୟ ଓ ନିର୍ମାଣ, ପରିବହନ, ସଭାସମିତି କ୍ଷେତ୍ରରେ ଆଶାତୀତ ସଫଳତା ହାସଲ କରିବେ। ପରିବାରରେ ପିଲାମାନଙ୍କ ବିଶୃଙ୍ଖଳା ସକାଶେ ମନସ୍ତାପ କରିପାରନ୍ତି।