୧୨ ଡିସେମ୍ବର ୨୦୧୯ ଗୁରୁବାରର ରାଶିଫଳ, ଜାଣନ୍ତୁ କେମିତି କଟିବ ଆପଣଙ୍କର ଦିନ

ମେଷ: ଆଜି କାମ ହାସଲ କରିବାରେ ଜଣେ ପୁରୁଣା ବନ୍ଧୁ ସାହାଯ୍ୟ କରିବେ। ବାଣିଜ୍ୟ ଓ ବ୍ୟବସାୟ ସାଧାରଣ ବାଧାପ୍ରାପ୍ତ ହୋଇପାରେ। ଦାମ୍ପତ୍ୟ ଜୀବନରେ ବୁଝାମଣା ନେଇ ତିକ୍ତତା ସୃଷ୍ଟି ହୋଇପାରେ, କିନ୍ତୁ ଗୁରୁତର ହେବ ନାହିଁ। ନୂତନ କର୍ମାରମ୍ଭ ସକାଶେ ମନ ବଳାଇ ସଫଳତା ହାସଲ କରିପାରନ୍ତି। ବୃଷ: ଅନ୍ୟମାନଙ୍କୁ ମନେଇବାକୁ ବିଭିନ୍ନ ପ୍ରକାର ଚେଷ୍ଟା କରି ସଫଳତା ପାଇବେ, କିନ୍ତୁ ଖର୍ଚ୍ଚାନ୍ତ ମଧ୍ୟ ହେବାକୁ ପଡିବ। କ୍ରୋଧ ସମ୍ବରଣ ନ କରିପାରି କଡ଼ା କଥା
 
୧୨ ଡିସେମ୍ବର ୨୦୧୯ ଗୁରୁବାରର ରାଶିଫଳ, ଜାଣନ୍ତୁ କେମିତି କଟିବ ଆପଣଙ୍କର ଦିନ

ମେଷ: ଆଜି କାମ ହାସଲ କରିବାରେ ଜଣେ ପୁରୁଣା ବନ୍ଧୁ ସାହାଯ୍ୟ କରିବେ। ବାଣିଜ୍ୟ ଓ ବ୍ୟବସାୟ ସାଧାରଣ ବାଧାପ୍ରାପ୍ତ ହୋଇପାରେ। ଦାମ୍ପତ୍ୟ ଜୀବନରେ ବୁଝାମଣା ନେଇ ତିକ୍ତତା ସୃଷ୍ଟି ହୋଇପାରେ, କିନ୍ତୁ ଗୁରୁତର ହେବ ନାହିଁ। ନୂତନ କର୍ମାରମ୍ଭ ସକାଶେ ମନ ବଳାଇ ସଫଳତା ହାସଲ କରିପାରନ୍ତି।

ବୃଷ: ଅନ୍ୟମାନଙ୍କୁ ମନେଇବାକୁ ବିଭିନ୍ନ ପ୍ରକାର ଚେଷ୍ଟା କରି ସଫଳତା ପାଇବେ, କିନ୍ତୁ ଖର୍ଚ୍ଚାନ୍ତ ମଧ୍ୟ ହେବାକୁ ପଡିବ। କ୍ରୋଧ ସମ୍ବରଣ ନ କରିପାରି କଡ଼ା କଥା କହିବା କାରଣରୁ ତାହା କର୍ମକ୍ଷେତ୍ରରେ ସମସ୍ୟା ସୃଷ୍ଟି କରିପାରେ। ବକେୟା ଅର୍ଥ ଆଦାୟ ସକାଶେ ଅନ୍ୟର ସାହାଯ୍ୟ ନେବାର ସମ୍ଭାବନା ରହିଛି ।

ମିଥୁନ: କର୍ମକ୍ଷେତ୍ରରେ ଅଟକି ରହିଥିବା କାମ ସକାଶେ ଅନୁତାପ କରିବାକୁ ବାଧ୍ୟ ହେବେ। ଭ୍ରମଣ, ରାଜନୀତି, ପ୍ରଶାସନ, ଓ ସଭାସମିତି କ୍ଷେତ୍ରରୁ ସଫଳତା ପାଇବେ। ବନ୍ଧୁମାନଙ୍କ ନିକଟରୁ ଭୁଲ୍‌ ଖବର ପାଇ ସାମୟିକ ଭାବରେ ବିବ୍ରତ ହୋଇପାରନ୍ତି। ଧୈର୍ଯ୍ୟହରା ନ ହୋଇ ପରିସ୍ଥିତିର ମୁକାବିଲା କରିପାରିଲେ ପ୍ରତ୍ୟେକ ସମସ୍ୟାର ସମାଧାନ ହୋଇପାରିବ।

କର୍କଟ: କର୍ମକ୍ଷେତ୍ରରେ ସାଧାରଣ କଥାରୁ କଳହର ସମ୍ମୁଖୀନ ହେବାକୁ ପଡିବ। ପରିବାରରେ ଟିକିଏ ଟିକିଏ କଥାରେ ବିରକ୍ତି ପ୍ରକାଶ କରନ୍ତୁ ନାହିଁ, ଯାହାକି ସମସ୍ୟା ସୃଷ୍ଟି କରିବ। କିଛି ପାଇବାର ପ୍ରତିଶ୍ରୁତି ପାଇ ଆଶ୍ୱସ୍ତି ଅନୁଭବ କରିପାରନ୍ତି। ମିତ୍ରମାନଙ୍କ ପରାମର୍ଶ ନେଇ କାମ କଲେ ଉପକୃତ ହେବେ।

ସିଂହ: ପାରିବାରିକ ସମସ୍ୟାର ସରଳ ସମାଧାନ ସକାଶେ ବନ୍ଧୁଙ୍କୁ ନେହୁରା ହେବାକୁ ପଡିପାରେ। ନିଜ ଲୋକମାନେ ବିଶ୍ୱାସଘାତକତା କରିପାରନ୍ତି, କିନ୍ତୁ କୌଣସି ପ୍ରକାରର ଅସୁବିଧା ହେବନାହିଁ। ଆନୁଷ୍ଠାନିକ କ୍ଷେତ୍ରରେ ଈର୍ଷାପରାୟଣ ବ୍ୟକ୍ତିଙ୍କ ଦ୍ୱାରା ପ୍ରଭାବିତ ହୋଇ ଅସମ୍ମାନିତ ହୋଇପାରନ୍ତି। ରାଜନୀତିରେ ଗଠନମୂଳକ ପ୍ରେରଣା ଦେଇ କର୍ମକ୍ଷେତ୍ରରେ ପ୍ରଶଂସିତ ହେବେ ।

କନ୍ୟା: କର୍ମକ୍ଷେତ୍ରରେ ପ୍ରତିକୂଳ ପରିସ୍ଥିତିର ଚାପ କ୍ରମଶଃ ବଢିପାରେ। ଉଦ୍ଦେଶ୍ୟମୂଳକ ଭାବରେ କରାଯାଇଥିବା ସ୍ଥାନାନ୍ତରର ସୂଚନା ପାଇ ହଡ଼ବଡ଼େଇ ଯାଇପାରନ୍ତି। ପ୍ରତିବେଶୀଙ୍କ ସହ ସମ୍ପର୍କ ମଧୁର ରହିବା ଏକ ପ୍ରକାର ହିତକର ହେବ। ବନ୍ଧୁଙ୍କ ସ୍ବାସ୍ଥ୍ୟହାନି କାରଣରୁ ନିଜକୁ କେତେକ କଥା ସମ୍ଭାଳିବାକୁ ପଡ଼ିବ।

ତୁଳା: ଆଜି ଯେଉଁ କାମଟିକୁ ଆରମ୍ଭ କରିବାକୁ ଯାଉଛନ୍ତି ତାହା ନିର୍ବିଘ୍ନରେ ସମାପନ ହୋଇଯିବ। ତଥାପି ସାମୟିକ ଭାବରେ ଶାରୀରିକ ଅସୁସ୍ତି ଅନୁଭବ କରିପାରନ୍ତି, ହଠାତ୍‌ କୌଣସି କ୍ଷେତ୍ରରେ ପ୍ରତିକ୍ରିୟାଶୀଳ ହୁଅନ୍ତୁ ନାହିଁ, ଯାହାକି ପରୋକ୍ଷ ଶତ୍ରୁତାର କାରଣ ହୋଇପାରେ। କୌଣସି କାମ ହାସଲ ପାଇଁ ବହୁତ ଟଙ୍କା ଖର୍ଚ୍ଚକରି ଦୁଃଖିତ ହେବାକୁ ପଡ଼ିବ।

ବିଛା: ଭାବପ୍ରବଣତାରେ ଭାସିଯାଇ ଏଣୁ ତେଣୁ ଗପିବା ସମସ୍ୟାର କାରଣ ହୋଇପାରେ। ଈର୍ଷାପରାୟଣ ବ୍ୟକ୍ତିଙ୍କ ପ୍ରତିରୋଧ କାମକୁ ବିଶୃଙ୍ଖଳିତ କରିବାର ଆଶଙ୍କା ରହିଛି। ପାରିବାରିକ, ପ୍ରଶାସନ, ଯାନବାହନ, ନିର୍ମାଣ ଓ ଯାତ୍ରାରୁ ସୁଫଳ ପାଇବେ ା ଶିଳ୍ପ, ବାଣିଜ୍ୟ, ରାଜନୀତି ଓ ଆନୁଷ୍ଠାନିକ କ୍ଷେତ୍ର କିମ୍ବା କଚେରି ମାମଲାରେ ସଫଳତା ଅବଶ୍ୟ ମିଳିବ।

ଧନୁ: କର୍ମକ୍ଷେତ୍ରରେ ଅପ୍ରିୟସତ୍ୟ ଭାଷଣରୁ ସମାଲୋଚନାର ପାତ୍ର ହେବାକୁ ପଡ଼ିପାରେ। ସଙ୍ଗଠନ ଓ ରାଜନୀତିରେ ନେତୃତ୍ୱ ନେଇ ପ୍ରଶଂସିତ ହେବେ। ସହକର୍ମୀଙ୍କ ଦୌରାମତ୍‌ୟ ଅସହ୍ୟ ହେବାରୁ ଉଚ୍ଚ ପଦାଧିକାରୀଙ୍କ ନିକଟରେ ଅଭିଯୋଗ କରିବାକୁ ପଡିପାରେ। ବ୍ୟବସାୟ ଓ ପରିବହନରେ ଝଗଡ଼ା ଲାଗିପାରେ।

ମକର: ସବୁ ସମୟରେ ନିଜ ପାଖରେ ରହୁଥବା କୌଣସି ବ୍ୟକ୍ତି ଦ୍ୱାରା କାମ ହାସଲ କରିବେ। କଳା ସାହିତ୍ୟ,କ୍ରୀଡା ଓ ଚଳଚ୍ଚିତ୍ରରେ ରହିଥିବା ସମସ୍ୟା ବନ୍ଧୁଙ୍କ ଜରିଆରେ ସମାଧାନ ହୋଇଯିବ। ନିର୍ମାଣ କାର୍ଯ୍ୟରେ କେତେକ ପ୍ରତିବନ୍ଧକ ଦେଖାଦେଇପାରେ। କିଛି ସହଯୋଗ ସକାଶେ ବନ୍ଧୁଙ୍କ ଆଗରେ ପ୍ରକାଶ କରି ନ ପାରି ପରେ ଅନୁତାପ କରିବେ।

କୁମ୍ଭ: ବିଭିନ୍ନ ପ୍ରକାର ସମସ୍ୟାମୂଳକ କାମରେ ପ୍ରବେଶ କରି ବ୍ୟସ୍ତତା ଅନୁଭବ କରି ପାରନ୍ତି। ପାରିବାରିକ ସୁଖ ସ୍ବାଚ୍ଛନ୍ଦ୍ୟ କାରଣରୁ କିମ୍ବା ହସ ଖୁସିର ବାତାବରଣରୁ ମନ ପ୍ରଫୁଲ୍ଲ ରହିବ। ସହକର୍ମୀମାନଙ୍କ ମଧ୍ୟରେ ପ୍ରତିଯୋଗିତା ମନୋଭାବ ଉପୁଜି ପାରେ। ଧାର କରଜ କରି କାମ ଚଳାଇ ନେବେ।

ମୀନ: ନୂତନ ବନ୍ଧୁ ସମ୍ପର୍କ ସ୍ଥାପନ କରିବା କ୍ଷେତ୍ରରେ ବନ୍ଧୁଙ୍କ ସାହାଯ୍ୟ କାମକୁ ଆସିବ। ପାରସ୍ପରିକ ଆଲୋଚନା କ୍ରମେ ପାରିବାରିକ ଅଶାନ୍ତିର ସମାପ୍ତି ଘଟାଇବେ। ଭାବପ୍ରବଣ ବଶତଃ ବନ୍ଧୁଙ୍କ ସମ୍ମୁଖରେ କୌଣସି ଅପ୍ରକାଶ୍ୟ କଥା ପ୍ରକାଶ କରି ହଇରାଣ ହୋଇପାରନ୍ତି। କର୍ମ କ୍ଷେତ୍ରରେ ଉନ୍ନତି ପରିଲକ୍ଷିତ ହେବ।