ବଡ ଖବର: ଶେଷରେ ସ୍ଥିର ହେଲା ଫାଶୀ ତାରିଖ, ଏହି ତାରିଖରେ ଦିଆଯିବ ୪ ଦୋଷୀଙ୍କୁ ଫାଶୀ

ବହୁ ଚର୍ଚ୍ଚିତ ନିର୍ଭୟା ଗଣବଳାତ୍କାର ମାମଲାର ୪ ଦୋଷୀଙ୍କୁ ଫାଶୀ ଦେବା ଲାଗି ସୋମବାର ନୂଆ ଡେଥ୍ ଓ୍ବାରେଣ୍ଟ ଜାରି କରାଯାଇଛି। ଏହି ଡେଥ୍ ଓ୍ବାରେଣ୍ଟ ଅନୁଯାୟୀ ମାର୍ଚ୍ଚ ୩ ସକାଳ ୬ଟାରେ ନିର୍ଭୟା ମାମଲାର ୪ ଦୋଷୀଙ୍କୁ ଫାଶୀ ଦିଆଯିବ। ପଟିଆଲା ହାଉସ୍ କୋର୍ଟରେ ପାଖାପାଖି ଏକ ଘଣ୍ଟାର ଶୁଣାଣି ପରେ ଏହି ଡେଥ୍ ଓ୍ବାରେଣ୍ଟ ଜାରି କରାଯାଇଛି। ହତ୍ୟା ମାମଲାର ୪ ଦୋଷୀ ମୁକେଶ କୁମାର ସିଂହ (୩୨), ପଓ୍ଵନ ଗୁପ୍ତା (୨୫), ବିନୟ
 
ବଡ ଖବର: ଶେଷରେ ସ୍ଥିର ହେଲା ଫାଶୀ ତାରିଖ, ଏହି ତାରିଖରେ ଦିଆଯିବ ୪ ଦୋଷୀଙ୍କୁ ଫାଶୀ

ବହୁ ଚର୍ଚ୍ଚିତ ନିର୍ଭୟା ଗଣବଳାତ୍କାର ମାମଲାର ୪ ଦୋଷୀଙ୍କୁ ଫାଶୀ ଦେବା ଲାଗି ସୋମବାର ନୂଆ ଡେଥ୍‌ ଓ୍ବାରେଣ୍ଟ ଜାରି କରାଯାଇଛି। ଏହି ଡେଥ୍‌ ଓ୍ବାରେଣ୍ଟ ଅନୁଯାୟୀ ମାର୍ଚ୍ଚ ୩ ସକାଳ ୬ଟାରେ ନିର୍ଭୟା ମାମଲାର ୪ ଦୋଷୀଙ୍କୁ ଫାଶୀ ଦିଆଯିବ। ପଟିଆଲା ହାଉସ୍‌ କୋର୍ଟରେ ପାଖାପାଖି ଏକ ଘଣ୍ଟାର ଶୁଣାଣି ପରେ ଏହି ଡେଥ୍‌ ଓ୍ବାରେଣ୍ଟ ଜାରି କରାଯାଇଛି।

ବଡ ଖବର: ଶେଷରେ ସ୍ଥିର ହେଲା ଫାଶୀ ତାରିଖ, ଏହି ତାରିଖରେ ଦିଆଯିବ ୪ ଦୋଷୀଙ୍କୁ ଫାଶୀ

ହତ୍ୟା ମାମଲାର ୪ ଦୋଷୀ ମୁକେଶ କୁମାର ସିଂହ (୩୨), ପଓ୍ଵନ ଗୁପ୍ତା (୨୫), ବିନୟ କୁମାର ଶର୍ମା (୨୬) ଓ ଅକ୍ଷୟ କୁମାର (୩୧)ଙ୍କ ବିରୋଧରେ ଆଜି ଦିଲ୍ଲୀର ପାତିଆଲା ହାଉସ୍‌ ଅଦାଲତ ନୂତନ ‘ମୃତ୍ୟୁ ପରଓ୍ଵାନା’ (ଡେଥ୍‌ ଓ୍ଵାରେଣ୍ଟ) ଜାରି କରିଛନ୍ତି। ଗତ ବୁଧବାର ଦିନ ନୂତନ ‘ମୃତ୍ୟୁ ପରଓ୍ଵାନା’ ଜାରି ପାଇଁ ଆଗତ କରା ଯାଇଥିବା ଏହି ମାମଲାର ଶୁଣାଣିକୁ ଆଜି ଅଦାଲତ ଶେଷ କରିବା ସହ ରାୟକୁ ସଂରକ୍ଷିତ ରଖିଥିଲେ। ଆଜି ଅପକରାହ୍ଣରେ ବିଚାରପତି ଏହି ସଂରକ୍ଷିତ ରାୟକୁ ଘୋଷଣା କରିବା ସହ ଏହି ନୂତନ ‘ମୃତ୍ୟୁ ପରଓ୍ଵାନା’ ଜାରି କରିଛନ୍ତି।

ବଡ ଖବର: ଶେଷରେ ସ୍ଥିର ହେଲା ଫାଶୀ ତାରିଖ, ଏହି ତାରିଖରେ ଦିଆଯିବ ୪ ଦୋଷୀଙ୍କୁ ଫାଶୀ

ସୂଚନାେଯୋଗ୍ୟ, ୨୦୧୨ରେ ରାଜଧାନୀ ଦିଲ୍ଲୀରେ ଜଣେ ପାରାମେଡିକାଲ ଛାତ୍ରୀ(ନିର୍ଭାୟା)ଙ୍କୁ ଗଣବଳାତ୍କାର କରାଯିବା ପରେ ତାଙ୍କୁ ଅତି ନିର୍ମମ ଭାବେ ହତ୍ୟା କରାଯାଇଥିଲା। ଦୀର୍ଘ ୭ ବର୍ଷ ପରେ ଏହି ମାମଲାର ରାୟ ପ୍ରକାଶ ପାଇଥିଲା। ଏଥିରେ ୪ ଦୋଷୀଙ୍କୁ କୋର୍ଟ ଫାଶୀ ଦଣ୍ଡାଦେଶ ଦେଇଥିଲେ। ହେଲେ ଏହାକୁ ଚ୍ୟାଲେଞ୍ଜ କରି ସମସ୍ତ ଦୋଷୀ ଆଇନର ଆଶ୍ରୟ ନେଇଥିଲେ। ଫଳରେ ୪ ଦୋଷୀଙ୍କ ଫାଶୀ ପାଇଁ ୨ ଥର ଡେଥ୍‌ ଓ୍ବାରେଣ୍ଟ ଜାରି କରାଯାଇଥିଲେ ବି ଏହା ପୁଣି ଘୁଞ୍ଚି ଯାଇଥିଲା।