୨୪ ଘଣ୍ଟା ମଧ୍ୟରେ ପ୍ରବଳ ବର୍ଷା ସମ୍ଭାବନା, ଏହି ୫ଟି ଜିଲ୍ଲାରେ ଘଡଘଡି ବର୍ଷା ସହ ଏହି ୧୨ଟି ଜିଲ୍ଲାରେ ଘୂର୍ଣ୍ଣିଝଡ଼ ଆଶଙ୍କା

ଆନ୍ଧ୍ରପ୍ରଦେଶର ଉତ୍ତର ଉପକୂଳ ଏବଂ ଦକ୍ଷିଣ ଓଡ଼ିଶା ମଧ୍ୟରେ ପଶ୍ଚିମକେନ୍ଦ୍ରୀୟ ଏବଂ ପାର୍ଶ୍ବବର୍ତ୍ତୀ ଉତ୍ତର ପଶ୍ଚିମ ବଙ୍ଗୋପସାଗରରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି କାରଣରୁ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ବିଭିନ୍ନ ସ୍ଥାନରେ ବର୍ଷା ହେବାର ସମ୍ଭାବନା ରହିଥିବା ୫ ଜିଲ୍ଲାରେ ପ୍ରବଳ ବର୍ଷା ସହ ବଜ୍ରପାତ ହେବାର ନେଇ ପାଣିପାଗ ବିଭାଗ ପକ୍ଷରୁ ପୂର୍ବାନୁମାନ କରାଯାଇଛି। ସେହି ୫ଟି ଜିଲ୍ଲା ହେଉଛି ଯାଜପୁର, ସୋନପୁର, ସମ୍ବଲପୁର, ଭଦ୍ରକ ଓ ବରଗଡ଼ ଏହି ଜିଲ୍ଲା ଗୁଡିକୁ ଅରେଂଜ ଓ୍ଵାର୍ଣ୍ଣିଂ
 
୨୪ ଘଣ୍ଟା ମଧ୍ୟରେ ପ୍ରବଳ ବର୍ଷା ସମ୍ଭାବନା, ଏହି ୫ଟି ଜିଲ୍ଲାରେ ଘଡଘଡି ବର୍ଷା ସହ ଏହି ୧୨ଟି ଜିଲ୍ଲାରେ ଘୂର୍ଣ୍ଣିଝଡ଼ ଆଶଙ୍କା

ଆନ୍ଧ୍ରପ୍ରଦେଶର ଉତ୍ତର ଉପକୂଳ ଏବଂ ଦକ୍ଷିଣ ଓଡ଼ିଶା ମଧ୍ୟରେ ପଶ୍ଚିମକେନ୍ଦ୍ରୀୟ ଏବଂ ପାର୍ଶ୍ବବର୍ତ୍ତୀ ଉତ୍ତର ପଶ୍ଚିମ ବଙ୍ଗୋପସାଗରରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି କାରଣରୁ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ବିଭିନ୍ନ ସ୍ଥାନରେ ବର୍ଷା ହେବାର ସମ୍ଭାବନା ରହିଥିବା ୫ ଜିଲ୍ଲାରେ ପ୍ରବଳ ବର୍ଷା ସହ ବଜ୍ରପାତ ହେବାର ନେଇ ପାଣିପାଗ ବିଭାଗ ପକ୍ଷରୁ ପୂର୍ବାନୁମାନ କରାଯାଇଛି। ସେହି ୫ଟି ଜିଲ୍ଲା ହେଉଛି ଯାଜପୁର, ସୋନପୁର, ସମ୍ବଲପୁର, ଭଦ୍ରକ ଓ ବରଗଡ଼ ଏହି ଜିଲ୍ଲା ଗୁଡିକୁ ଅରେଂଜ ଓ୍ଵାର୍ଣ୍ଣିଂ ଜାରି କରାଯାଇଛି।

ବଙ୍ଗୋପସାଗରରେ ଘୂର୍ଣ୍ଣିବଳୟ କାରଣରୁ ଆସନ୍ତା ୨-୩ ଦିନ ବର୍ଷା ଲାଗି ରହିବ। ଏଥିପାଇଁ ୧୨ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ କରାଯାଇଛି ସେହି ଜିଲ୍ଲା ଗୁଡିକ ହେଲା କଟକ, କେନ୍ଦ୍ରାପଡ଼ା, ବାଲେଶ୍ୱର, ଙ୍କୋନାଳ, ଅନୁଗୁଳ, କେନ୍ଦୁଝର, ମୟୂରଭଞ୍ଜ, ଦେବଗଡ଼, ଝାରସୁଗୁଡ଼ା, କୋରାପୁଟ, ମାଲକାନଗିରି ଏବଂ କଳାହାଣ୍ଡି। ଏହି ଜିଲ୍ଲା ଗୁଡିକରେ ଘୂର୍ଣ୍ଣିଝଡ଼ ସହ କୁଆପଥର ବର୍ଷା ସମ୍ଭାବନା ରହିଛି ବୋଲି ପାଣିପାଗ ବିଭାଗ ସତର୍କ ସୂଚନା ଦେଇଛି। ଆଜି ଅଧିକାଂଶ ସ୍ଥାନରେ ବର୍ଷା ରେକର୍ଡ କରାଯାଇଛି।