ଭାରତର ପୂର୍ବ ବଙ୍ଗୋପସାଗରରେ ଲଘୁଚାପ : ଆସନ୍ତା ୩ରୁ ଏହି ସବୁ ଜିଲ୍ଲା ରେ ହେବ ପ୍ରବଳ ରୁ ଅତି ପ୍ରବଳ ବର୍ଷା !

ଭୁବନେଶ୍ୱର: ଭାରତର ପୂର୍ବ ବଙ୍ଗୋପସାଗରରେ ବର୍ତମାନ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ଅଛି । ତାପରେ ଅଗଷ୍ଟ 4 ରେ ଦକ୍ଷିଣ ଚୀନ ସାଗର ରେ ହେବାକୁ ଥିବା ଲଘୁଚାପ ସହ ମିଶି ଭୟଙ୍କର ରୂପ ନେଇପାରେ । ଯାହା ଫଳରେ ଶନିବାରଠୁ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ଆରମ୍ଭ ହେବ । ରବିବାରଠୁ ରାଜ୍ୟରେ ବର୍ଷା ବଢ଼ିବ ବୋଲି ପାଣିପାଗ ବିଭାଗ ସୂଚନା ଦେଇଛନ୍ତି । ସୋଆ ଜଳବାୟୁ ଓ ପାଣିପାଗ କେନ୍ଦ୍ର ନିର୍ଦ୍ଦେଶକ ଡ.
 
ଭାରତର ପୂର୍ବ ବଙ୍ଗୋପସାଗରରେ ଲଘୁଚାପ : ଆସନ୍ତା ୩ରୁ ଏହି ସବୁ ଜିଲ୍ଲା ରେ ହେବ ପ୍ରବଳ ରୁ ଅତି ପ୍ରବଳ ବର୍ଷା !

ଭୁବନେଶ୍ୱର: ଭାରତର ପୂର୍ବ ବଙ୍ଗୋପସାଗରରେ ବର୍ତମାନ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ଅଛି । ତାପରେ ଅଗଷ୍ଟ 4 ରେ ଦକ୍ଷିଣ ଚୀନ ସାଗର ରେ ହେବାକୁ ଥିବା ଲଘୁଚାପ ସହ ମିଶି ଭୟଙ୍କର ରୂପ ନେଇପାରେ । ଯାହା ଫଳରେ ଶନିବାରଠୁ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ଆରମ୍ଭ ହେବ । ରବିବାରଠୁ ରାଜ୍ୟରେ ବର୍ଷା ବଢ଼ିବ ବୋଲି ପାଣିପାଗ ବିଭାଗ ସୂଚନା ଦେଇଛନ୍ତି ।

ସୋଆ ଜଳବାୟୁ ଓ ପାଣିପାଗ କେନ୍ଦ୍ର ନିର୍ଦ୍ଦେଶକ ଡ. ଶରତ ଚନ୍ଦ୍ର ସାହୁ ପୂର୍ବାନୁମାନ କରିଛନ୍ତି, ଆସନ୍ତା ସପ୍ତାହରେ ଉତ୍ତର-ପୂର୍ବ ବଙ୍ଗୋପସାଗରରେ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ଦେଖାଦେଇଛି । ସମ୍ଭାବିତ ଲଘୁଚାପର ପ୍ରଭାବରେ ଅଗଷ୍ଟ ୩ରୁ ଉପକୂଳ ଓଡ଼ିଶାରେ ବର୍ଷାର ପରିମାଣ ବଢ଼ିବାର ସମ୍ଭାବନା ଥିବାବଳେ ଅଗଷ୍ଟ ୫ ସୁଦ୍ଧା ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି ବୋଲି ଡ. ସାହୁ ପୂର୍ବାନୁମାନ କରିଛନ୍ତି ।

ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ନିର୍ଦ୍ଦେଶକ ଏଚ୍‌ ଆର୍‌ ବିଶ୍ୱାସ ପୂର୍ବାନୁମାନ କରିଛନ୍ତି ଯେ ଶନିବାର ସୁନ୍ଦରଗଡ଼, କେନ୍ଦୁଝର, ମୟୂରଭଞ୍ଜ, ଢେଙ୍କାନାଳ, ଅନୁଗୁଳ, କଟକ, ଖୋର୍ଦ୍ଧା, ନୟାଗଡ଼, କନ୍ଧମାଳ, ଗଞ୍ଜାମ, ଗଜପତି ଓ ରାୟଗଡ଼ା ଜିଲ୍ଲାରେ ବିଜୁଳି ଓ ଘଡ଼ଗଡ଼ି ସହ ଝଡ଼ବର୍ଷା ହେବ । ଏହି ଜିଲ୍ଲାଗୁଡ଼ିକ ପାଇଁ ୟେଲୋ ୱାର୍ଣ୍ଣିଂ ଜାରି ହେବା ସହ ୫ ତାରିଖରୁ ଗଭୀର ସମୁଦ୍ରକୁ ଯିବା ପାଇଁ ଧୀବରଙ୍କୁ ବାରଣ କରାଯାଇଛି ।